ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା। ବିଧାନସଭାରେ ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ଦେଇ କହିଛନ୍ତି, ୨୦୨୪ ଜୁଲାଇର ଏଯାବତ୍ ୮୩ କୋଟି ୮୪ ଲକ୍ଷ ୮୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ବିଜ୍ଞାପନ ପାଇଁ ଖବର କାଗଜରେ ସର୍ବାଧିକ ୬୯ କୋଟି ୭୮ ଲକ୍ଷ, ଟିଭି ଚ୍ୟାନେଲରେ ୯ କୋଟି ୩୫ ଲକ୍ଷ ୬୩ ହଜାର ଟଙ୍କା , ରେଡିଓ ଚ୍ୟାନେଲେର ୨.୧୪ କୋଟି, ୱେବ ଚ୍ୟାନେଲରେ ୧.୮୭ କୋଟି ଖର୍ଚ୍ଚ ହୋଇଛି। ସେହିପରି ହୋଡିଂ ବାବଦରେ ୩୯ ଲକ୍ଷ ୩୨ ହଜାର ଟଙ୍କା ଏବଂ କମ୍ୟୁନିଟି ରେଡିଓରେ ୧୨ ଲକ୍ଷ ୭୦ ହଜାର ଟଙ୍କା ଖର୍ଚ୍ଚ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ୬ ମାସରେ ସମ୍ବାଦପତ୍ରଗୁଡିକୁ ୪୪କୋଟି ୬ ଲକ୍ଷ ୪୬ ହଜାର ୫୯୬ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।
ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା
By madhulekha1 Min Read
