ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି ଯେ ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଟଙ୍କା।ମୁଁ ଓଡ଼ିଶାବାସୀଙ୍କ ପ୍ରତି, ମୋ ପ୍ରତି ଏବଂ ମୋ ସ୍ୱର୍ଗତ ପିତା ବିଜୁ ପଟ୍ଟନାୟକଙ୍କ ପ୍ରତି ସେମାନଙ୍କର ପ୍ରେମ ପାଇଁ ଅତ୍ୟନ୍ତ ଋଣୀ। ୨୦୧୫ ମସିହାରେ ଆମ ପରିବାର କଟକରେ ଥିବା ପୈତୃକ ସମ୍ପତ୍ତି ‘ଆନନ୍ଦ ଭବନ’କୁ ଓଡ଼ିଶାବାସୀଙ୍କ ବ୍ୟବହାର ପାଇଁ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ବର୍ଦ୍ଧିତ ଦରମାକୁ ମୁଁ ରାଜ୍ୟର ଗରିବ ଓ ଦୀନ ଦୁଃଖିଙ୍କ ପାଇଁ ଦାନ କରିବାକୁ ନିଷ୍ପତ୍ତି ନେଇଛି।
ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ
By madhulekha1 Min Read
