ଓଡ଼ିଶା ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତର ସମ୍ମୁଖୀନ ହେଉଥିବା 4 ଜଣଙ୍କୁ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (SCERT)ରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ ଓ ଘରୋଇ ପ୍ରକାଶନୀ ସଂସ୍ଥାର ଅନୁପମ ଘୋଷଙ୍କୁ ଆସନ୍ତା ଅଗଷ୍ଟ 3 ତାରିଖରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ଆବେଦନକାରୀମାନେ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ସେହିପରି ମାମଲାର ପରବର୍ତ୍ତୀ ଶୁଣାଣି ବେଳେ କେସ୍ ଡାଏରୀ ସହିତ ତଦନ୍ତର ସାନି ସ୍ଥିତି ସଂପର୍କିତ ତଥ୍ୟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ଶୁଣାଣି କରି ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଅଗଷ୍ଟ 3 ତାରିଖ ଧାର୍ଯ୍ୟ କରାଯାଇଛି ।
ପାଠ୍ୟପୁସ୍ତକ ତ୍ରୁଟି ଘଟଣା, 4 ଜଣଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
By madhulekha1 Min Read
