ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବୃଆରୀ ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ରେ ଭୁବନେଶ୍ୱରରେ ପହଞ୍ଚି ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି। ୩ ତାରିଖରେ ଫକୀରମୋହନ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଭଳି ୪ ତାରିଖରେ ଯାଜପୁରରେ ମା ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ୫ ଓ ୬ ତାରିଖରେ ମୟୁରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ରହିଛି ରାଷ୍ଟ୍ରପତିଙ୍କର। ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିବା ସହ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ଅନ୍ୟପଟେ ନେତାଜୀଙ୍କ ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ଏହି ସମୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ। ପାଖାପାଖି ୩ ଘଣ୍ଟାର କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
By madhulekha1 Min Read
