ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।ଆସନ୍ତାକାଲି ଯାଜପୁର, ବାଲେଶ୍ୱର ଓ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଯାଜପୁର ନାଭିଗୟାରେ ପିଣ୍ଡଦାନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ବାଲେଶ୍ବର ଓ ପୁରୀରେ କାରକେଡ ରିହରସାଲ ହୋଇଛି । ଅନ୍ୟପଟେ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଯୋଗ ଦେବାକୁ ଆସୁଥିବା ରାଷ୍ଟ୍ରପତିଙ୍କ ମଧ୍ୟାହ୍ନ ଭୋଜନ କ୍ୟାମ୍ପସରେ ରହିଥିବା ବେଳେ ତାଙ୍କ ପାଇଁ ଓଡ଼ିଆ ଖାଦ୍ୟ ପରସା ଯିବ ବୋଲି କହିଛନ୍ତି କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରୀପାଠୀ । ଆସନ୍ତକାଲି ରାଷ୍ଟ୍ରପତି ଫକୀର ମୋହନ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।
୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ
By madhulekha1 Min Read
