ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ଲାଗି ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। । ଉତ୍ତର ଓଡ଼ିଶା,ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ବରଗଡ଼,ସୋନପୁର,ବଲାଙ୍ଗୀର,ବୌଦ୍ଧ,ଢେଙ୍କାନାଳ,କେନ୍ଦ୍ରାପଡ଼ା,ଜଗତସିଂହପୁର ଓ ପୁରୀରେ ଅତି ଭୀଷଣ ବର୍ଷା ହୋଇଛି ।ଏହି ଖବର ଅନ୍ୟଙ୍କୁ ସେୟାର କରନ୍ତୁ
ରାଜ୍ୟ ଉପରେ ମୌସୁମୀ ପ୍ରବାହ ଦୁର୍ବଳ! ୫ ଦିନ ପ୍ରବଳ ବର୍ଷିବ
By madhulekha1 Min Read
