ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ଫଟୋ ପୁଣି ସୋସିଆଲ ମିଡିଆରେ ହୋଇଛି ଭାଇରାଲ। ଜଣେ ଯୁବକ ନିଜ ଇନଷ୍ଟାଗ୍ରାମ ରେ ଏହି ଫଟୋ ଅପଲୋଡ଼ କରିଛନ୍ତି। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ପୁରୀ ଏସପି ପ୍ରତୀକ ସିଂ କହିଛନ୍ତି ଘଟଣାକୁ ନେଇ ତଦନ୍ତ କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ବିଗତ କିଛିବର୍ଷ ହେଲା ଏନ୍ଏସ୍ଜି ମଧ୍ୟ ଆସି ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି। ତେଣୁ କୌଣସି ଅଘଟଣ ଆଶଙ୍କା କରି ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଟକଣା ରହିଛିି। ଏଥିପାଇଁ ଭକ୍ତଙ୍କୁ ସଚେତନ କରିବା ଲାଗି ଚାରିଦ୍ୱାରରେ ସୂଚନା ଫଳକ ଲଗାଯାଇଛିି। ମଝିରେ ମଝିରେ ଡାକବାଜି ଯନ୍ତ୍ର ଯୋଗେ ମଧ୍ୟ ଏହା ପ୍ରଚାର କରାଯାଉଛିି। ଚାରିଦ୍ୱାରରେ ପୋଲିସ ମୋବାଇଲ ଫୋନ ଯାଞ୍ଚ କରି ଭକ୍ତଙ୍କୁ ଭିତରକୁ ଛାଡୁଛିି। ଏହାସତ୍ତ୍ବେ ଭିତରକୁ ମୋବାଇଲ ଯାଉଛି କିପରି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ
By madhulekha1 Min Read
