ଶ୍ରୀମନ୍ଦିରକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା ।ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ କରାଯାଇଛି । ବଡ଼ଦାଣ୍ଡ ଏବଂ ସମ୍ବେଦନଶୀଳ ସ୍ଥାନମାନଙ୍କରେ କମାଣ୍ଡୋ ପକ୍ଷରୁ ପଇଁତରା ମରାଯାଉଛି ।ଶ୍ରୀମନ୍ଦିର ବାହାର ଓ ଭିତରେ ବମ୍ ସ୍କ୍ୱାଡ୍ ଦ୍ବାରା ତନତନ କରି ଯାଞ୍ଚ କରାଯାଉଛି। ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହିନୀ ଏବଂ ସ୍ବତନ୍ତ୍ର କମାଣ୍ଡୋ ସୁରକ୍ଷା ଦାୟିତ୍ବରେ ରହିଛନ୍ତି। ପୁରୀ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ପାଇଁ ସୋସିଆଲ ମିଡିଆରେ ଧମକ ଆସିଥିବାରୁ ସାଂସଦଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯିବା ନେଇ ପଦକ୍ଷେପ ନିଆଯାଇଛି ବୋଲି ଏସପି ସୂଚନା ଦେଇଛନ୍ତି।
ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ
By madhulekha1 Min Read
