ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା। ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ। ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତରେ ମୋବାଇଲରେ ବାରମ୍ବାର ଫଟୋ ଉଠୁଥିବାରୁ ଏଥିପାଇଁ କଡ଼ା ଆଇନ ଆସିବା ଆବଶ୍ୟକ। ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଛି। ଅନ୍ୟପଟେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପ୍ରସଙ୍ଗରେ ସେ କହିଛନ୍ତି ଯେ ୧୧ ପୃଷ୍ଠାର ଚିଠା ମାର୍ଗଦର୍ଶିକାକୁ ଅନୁମୋଦନ ମିଳିଛି । ଅନୁମୋଦନ ଦେଇଛନ୍ତି ପରିଚାଳନା କମିଟି । ସରକାରଙ୍କ ଅନୁମୋଦନ ପରେ ଚୂଡାନ୍ତ ଏସଓପି ଆସିବ । ଚୂଡାନ୍ତ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ଗଣତିମଣତି ହେବ ।
ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା
By madhulekha1 Min Read
