ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ କର୍ମଚାରୀମାନେ ବର୍ତ୍ତମାନର ବଢ଼ିଥିବା ଭତ୍ତା ସହ ବକେୟା ଟଙ୍କା ମଧ୍ୟ ପାଇବେ । ଦ୍ରବ୍ୟ ମୂଲ୍ୟ ବୃଦ୍ଧି ଓ ଜୀବନଯାପନ ଖର୍ଚ୍ଚ ବଢ଼ୁଥିବା ସମୟରେ ସରକାରଙ୍କ ଏହି ଘୋଷଣା କର୍ମଚାରୀଙ୍କ ପାଇଁ ବଡ଼ ଆର୍ଥିକ ଆଶ୍ୱସ୍ତି ଆଣିଛି ।ବର୍ଦ୍ଧିତ ଭତ୍ତା ଜୁଲାଇ ମାସ ଦରମାରେ ମିଳିବ ବୋଲି ଜଣାପଡ଼ିଛି।
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା
By madhulekha1 Min Read
