ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ୨୪ ଘଣ୍ଟା ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ବଢ଼ିପାରେ । ଖରା ତାତି ଭିତରେ ସାମାନ୍ୟ ଆଶ୍ବସ୍ତି ଆଣିପାରେ କାଳବୈଶାଖୀ । ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ପବନ ବହିପାରେ । ଆସନ୍ତା ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ଉତ୍ତର ଓ ଉପକୂଳ ଜିଲ୍ଲାରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର ପ୍ରାୟ ୨୫ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାରଦ ଆହୁରି ୨ ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି।
ଡରାଇଲାଣି ତାତି, ଆହୁରି ବଢ଼ିବ ପାରଦ
By madhulekha1 Min Read
