ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଚିଠି ଲେଖାଯାଇଛି।ଫଳରେ ଯେଉଁମାନଙ୍କ ନିକଟରେ ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ନ ଥିବ, ସେମାନଙ୍କୁ ମିଳିବନି ପେଟ୍ରୋଲ, ଡିଜେଲ। ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଭରିବା ସମୟରେ ପ୍ରଦୂଣଷ ପ୍ରମାଣପତ୍ର ଯାଞ୍ଚ ହେବ। ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା (ଏସଟିଏ) ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟ୍ ରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ବଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ । ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ।ଆହୁରି ଭଲ ଖବର ପାଇଁ ଆମକୁ ଫୋଲୋ (FoIIow) କରନ୍ତୁ । ଏହି ଖବର ଅନ୍ୟଙ୍କୁ ସେୟାର କରନ୍ତୁ
ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ
By madhulekha1 Min Read
