ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଏହି ଦ୍ୱନ୍ଦ୍ୱ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା।ଗତ ରବିବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି |ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ କିସ୍ତିରେ ୨୫ଲକ୍ଷ ୧୧ହଜାର ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଥିଲେ। ଏବେ ଦ୍ବିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରିବେ। ମାର୍ଚ୍ଚ ୮ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ।