ଇମ୍ଫା ଗ୍ରୁପ୍ ଦ୍ବାରା ପରିଚାଳିତ ‘ଇଣ୍ଡିଆନ୍ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ୍’ (IMPaCT) ପକ୍ଷରୁ ସମ୍ମାନଜନକ ୩୨ତମ ‘ଏକଲବ୍ୟ ପୁରସ୍କାର ୨୦୨୪’ ପ୍ରଦାନ । ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରଯାଇଛି । ତାଙ୍କୁ ପୁରସ୍କାର ବାବଦରେ ୭ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ଏହି ଅବସରରେ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟ ଅତିଥି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ । କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡାବିତ୍ମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ। ଭାରତର ପ୍ରମୁଖ ଫେରୋ ଆଲଏଜ୍ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ “ଇଣ୍ଡିଆନ୍ ମେଟାଲସ୍ ପବ୍ଳିକ୍ ∙ରିଟେବଲ୍ଟ୍ରଷ୍ଟ୍ (ଇମ୍ପାକ୍ଟ)’ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା । ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ଯ୍ୟାଦାଜନକ କ୍ରୀଡ଼ାସମ୍ମାନ ରୂପେ ଖାତି ଅର୍ଜନ କରିଛି। ଏହି କାର୍ଯ୍ୟକ୍ରମରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟିର ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ ।