ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସବୁଜ ବଦଳରେ ବାଦାମୀ ରଙ୍ଗର ଡ୍ରେସ୍ ପିନ୍ଧିବେ। ତେବେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ସମସ୍ତଙ୍କୁ ଡ୍ରେସ ମିଳିବ। ଏହା ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ। ଏ ନେଇ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟକୁ ଗଣ ଶିକ୍ଷା ବିଭାଗ ଚିଠି ଲେଖିଥିବା ସୂଚନା ମିଳିଛି। ଯେଉଁଠାରେ ପୁରୁଣା ଡିଜାଇନ୍ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ।ପ୍ରକାଶଥାଉକି ୨୦୨୩ରେ ପୂର୍ବରୁ ୟୁନିଫର୍ମ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ।