ଆଜି ସାରା ରାଜ୍ୟରେ ପାଳିତ ହୋଇଛି ସାବିତ୍ରୀ ବ୍ରତ । ସଧବା ନାରୀମାନେ ଏକାଠି ହୋଇ ସାବିତ୍ରୀ ବ୍ରତ ପାଳନ କରିଛନ୍ତି । ଏହାରି ଭିତରେ ବ୍ରତ ପାଳିଛନ୍ତି କିନ୍ନରମାନେ । ହେଲେ ତାଙ୍କ ସ୍ୱାମୀ କିଏ?ଭୁବନେଶ୍ୱର ପଳାସପଲ୍ଲୀରେ କିନ୍ନର ମାନେ ଏକାଠି ହୋଇ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି ।
ବଟ ବୃକ୍ଷ ତଳେ ବହୁ ସଂଖ୍ୟାରେ କିନ୍ନର ଏକାଠି ହୋଇ ପୂଜା କରିଛନ୍ତି ଶଙ୍ଖା ସିନ୍ଦୁରରୁ ନେଇ ଫଳମୂଳ ଓ ନୂଆ ବସ୍ତ୍ର ଦେଇ ନିଜର ଗୁରୁ ତଥା ବିଶ୍ୱାସୀଙ୍କ ମଙ୍ଗଳ କାମନା କରି କିନ୍ନର ମାନେ ବ୍ରତ ପାଳନ୍ତି । ଏହି ସାବିତ୍ରୀ ବ୍ରତକୁ ସେମାନେ ଗୁରୁଶିଷ୍ୟ ପରମ୍ପରା ବୋଲି ମାନିଥାନ୍ତି । ଖାଲି ସେତିକି ନୁହେଁ ସେମାନେ ଗୁରୁଙ୍କୁ ହିଁ ତାଙ୍କର ପରିବାର ମାନନ୍ତି । ତେଣୁ ତାଙ୍କର ମଙ୍ଗଳ କାମନା କରି ଏହି ସାବିତ୍ରୀ ବ୍ରତ କରିଥାନ୍ତି ।ଅଧିକ ଗୁରୁତ୍ୱପୂର୍ଣ ଖବର ପାଇଁ ଆମକୁ ଏବେ ଫୋଲୋ (FolIow) କରନ୍ତୁ ।